ରାଜ୍ୟରେ ବଦଳିବ ପାଗ, ଆଜିଠୁ ୧୨ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି!

ଭୁବନେଶ୍ୱର,୦୯/୦୪: ରାଜ୍ୟରେ ବଦଳିବ ପାଗ। ଅସହ୍ୟ ତାତିରୁ ଆଶ୍ୱସ୍ତି ଆଣିବ କାଳବୈଶାଖୀ ବର୍ଷା।ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପର ରୂପ ନେଇଛି ।  ପରବର୍ତ୍ତି ୨୪ ଘଣ୍ଟାରେ ଦିଗ ବଦଳାଇ ଉତ୍ତର ଉତ୍ତର-ପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ଧିରେ ଧିରେ ଦୁର୍ବଳ ହେବ । ଏପଟେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆଜିଠୁ ୧୨ତାରିଖ ଯାଏଁ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି ହୋଇଛି । ଆଜି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଲି ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏପ୍ରିଲ ୧୨ ତାରିଖ ପରେ ରାଜ୍ୟରେ ବଦଳିବ ପାଣିପାଗ । ରାଜ୍ୟରେ ପୁଣି ପାଗ ଶୁଖିଲା ରହିବା ସହ ଖରା ବଢିବ ।

Leave a Reply

Your email address will not be published. Required fields are marked *