ରାଜ୍ୟରେ ଆଜି ୧୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୨୮/୪: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୧୦ ଜଣଙ୍କ ଜୀବନ ନେଇଛି କରୋନା । ୧୦ ଜଣଙ୍କ ମଧ୍ୟରେ ପୁରୀ ୩, ରାୟଗଡ଼ା ୩, ବୌଦ୍ଧ ,ଗଞ୍ଜାମ, ଖୋର୍ଦ୍ଧା, ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୧୭ କୁ ବୃଦ୍ଧି ପାଇଛି ।