ବଢୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟରେ ଆଜି ୧୧ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୧/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୧୧ ଜଣଙ୍କ ଜୀବନ ନେଇଛି କରୋନା । ୧୧ ଜଣଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ, ସୁନ୍ଦରଗଡ଼ରେ ୨ ଜଣ, ରାୟଗଡ଼ା, ପୁରୀ, କୋରାପୁଟ, କଳାହାଣ୍ଡି ଓ ବୌଦ୍ଧରୁ ଜଣେ ଲେଖାଏଁ ମୃତ । ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୫୪ କୁ ବୃଦ୍ଧି ପାଇଛି ।