ଭୁବନେଶ୍ୱରରେ ଆଜି ଆଉ ୧୧୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୮/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୧୦,୩୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୧୧୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୧୫୧ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୮୪ ଓ ସ୍ଥାନୀୟ ଅଞ୍ଚଳରୁ ୯୬୭ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୮୯୬ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୩,୬୪୯କୁ ବୃଦ୍ଧି ପାଇଛି। ୫୧,୦୫୬ ଜଣ ସୁସ୍ଥ ହୋଇଥିବା ବେଳେ ୨୯୯ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୨୨୭୩ ଆକ୍ଟିିିଭ କେସ ରହିଛି।