ରାଜ୍ୟରେ ଆଜି ୧୨,୮୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୩/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୨,୮୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୭୧୯୫ ଓ ସ୍ଥାନୀୟ ଅଞ୍ଚଳରୁ ୫୬୫୭ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୯୨,୩୮୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୫ ଲକ୍ଷ ୭୭ ହଜାର ୯୮୩ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୧,୧୧,୮୬୨ ଜଣ ଚିକିତ୍ସାଧୀନ ଅଛନ୍ତି।