ରାଜ୍ୟରେ ଆଜି ୧୩ଜଣଙ୍କର କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୨୧ା୧୦(ଦି ପ୍ରଗତି ନ୍ୟୁଜ): ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୧୯୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ହୋଇଥିବା ୧୩ଜଣଙ୍କ ମଧ୍ୟରୁ ମୟୁରଭଞ୍ଜରୁ ୪, ଭୁବନେଶ୍ୱରରୁ ୨, ପୁରୀରୁ ୩, ବାଲେଶ୍ୱର, ନୂଆପଡ଼ା, ବଲାଙ୍ଗୀର ଓ ଅନୁଗୁଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।