ରାଜ୍ୟରେ ଆଜି ୧୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୨୬/ ୧୦(ଦି ପ୍ରଗତି ନ୍ୟୁଜ): ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୧୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ଘଟିଛି ।  ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।