ରାଜ୍ୟରେ ୧୫ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୧୬ା୧୦: ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୨୧୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫ଜଣଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ହୋଇଥିବା ୧୫ଜଣଙ୍କ ମଧ୍ୟରୁ ଭୁବନେଶ୍ୱର, କଟକ. ନବରଙ୍ଗପୁର, ସମ୍ବଲପୁରରୁ ୨ଜଣ ଲେଖାଏଁ, ଭଦ୍ରକ, ବରଗଡ଼, ପୁରୀ, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ରାଉରକେଲା ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।