ରାଜ୍ୟରେ ଆଜି ୧୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୨୨/୧୧:  ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ଘଟିଛି ।  ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।