ରାଜ୍ୟରେ ଆଜି ୧୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୫/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୧୬ ଜଣଙ୍କ ଜୀବନ ନେଇଛି କରୋନା । ୧୬ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪, କଳାହାଣ୍ଡି ଓ ଗଜପତିରୁ ୩ ଜଣ ଲେଖାଏଁ, ରାୟଗଡ ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ସମ୍ବଲପୁର ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୧୦୪ କୁ ବୃଦ୍ଧି ପାଇଛି ।