ରାଜ୍ୟରେ ଆଜି ୨୨ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧୪/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୨୨ଜଣଙ୍କ ଜୀବନ ନେଇଛି କରୋନା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪, ଅନୁଗୁଳରୁ ୩,  କଳାହାଣ୍ଡି, କେନ୍ଦ୍ରାପଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ବୌଦ୍ଧ, କଟକ, ଦେବଗଡ଼,
ଗଜପତି, ଗଞ୍ଜାମ ଓ କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୨୭୩ କୁ ବୃଦ୍ଧି ପାଇଛି ।