ରାଜ୍ୟରେ ଆଜି ୨୬ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୨/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୨୬ ଜଣଙ୍କ ଜୀବନ ନେଇଛି କରୋନା । ଖୋର୍ଦ୍ଧା ଓ କୋରାପୁଟରୁ ୪ ଲେଖାଏଁ ,ନୂଆପଡ଼ା, ରାୟଗଡ଼ା, ସୁନ୍ଦରଗଡ଼ରୁ ୩ ଲେଖାଏଁ, କଳାହାଣ୍ଡିରୁ ୨, ବରଗଡ଼, ବଲାଙ୍ଗିର, ବୌଦ୍ଧ, ଗଜପତି, ଝାରସୁଗୁଡ଼ା, ନବରଙ୍ଗପୁର, ପୁରୀ, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ମୃତ୍ୟୁ ଘଟିଛି।ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୪୫୬ କୁ ବୃଦ୍ଧି ପାଇଛି ।