ରାଜ୍ୟରେ ଆଜି ୨୮ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୩/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୨୮ ଜଣଙ୍କ ଜୀବନ ନେଇଛି କରୋନା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଆକ୍ରାନ୍ତ, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ , ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ , ନବରଙ୍ଗପୁର, ପୁରୀ ଓ ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୪୮୪ କୁ ବୃଦ୍ଧି ପାଇଛି ।