ରାଜ୍ୟରେ ଆଜି ଆଉ ୩ ଜଣଙ୍କ କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୨୫/୧୦: ରାଜ୍ୟରେ ଆଜି ଆଉ ୩ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୩୧୨କୁ ବୃଦ୍ଧି ପାଇଛି । ୩ ମୃତକଙ୍କ ମଧ୍ୟରେ ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୩୪୦  ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ୩୮ ହଜାର ୮୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦,୨୫,୯୧୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୫୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।