ରାଜ୍ୟରେ ଆଜି ୩୫ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୯/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୩୫ ଜଣଙ୍କ ଜୀବନ ନେଇଛି କରୋନା । ଅନୁଗୁଳରୁ ସର୍ବାଧିକ ୫ ଜଣ , କଳାହାଣ୍ଡି ଓ ରାୟଗଡ଼ାରୁ ୪ ଜଣ,  ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ,ବୌଦ୍ଧ, ଜଗତସିଂହପୁର ଓ କୋରାପୁଟରୁ ୨ ଲେଖାଏଁ ଆକ୍ରାନ୍ତ , କଟକ, ମାଲକାନଗିରି, ସମ୍ବଲପୁର, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୬୮୬ କୁ ବୃଦ୍ଧି ପାଇଛି ।