ରାଜଧାନୀ ଭୁବନେଶ୍ୱରରୁ ଆଜି ୩୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୩।୧୧(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୧ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୫୩ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୪୯୮କୁ ବୃଦ୍ଧି ପାଇଥିବା ବେଳେ ୨୯୭୧୩ଜଣ ସୁସ୍ଥ ହୋଇଛନ୍ତି ଓ ୨୦୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୫୫୬ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।