ରାଜ୍ୟରେ ଆଜି ୩୯ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୪/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୩୯ ଜଣଙ୍କ ଜୀବନ ନେଇଛି କରୋନା ।  ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ , ଅନୁଗୁଳ, ଝାରସୁଗୁଡ଼ା, କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ , ପୁରୀ, ଗଞ୍ଜାମ, ଦେବଗଡ଼, କଟକ, ବୌଦ୍ଧରୁ ୨ ଜଣ ଲେଖାଏଁ , ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁରରୁ , କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସମ୍ବଲପୁରରୁ ବି ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୯୧୨ କୁ ବୃଦ୍ଧି ପାଇଛି ।