ରାଜ୍ୟରେ କରୋନା ଜନିତ ୪ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୭/୯ : ରାଜ୍ୟରେ ଆଜି ଆଉ ୪ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୧୨୨କୁ ବୃଦ୍ଧି ପାଇଛି । ୪ ମୃତକଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା, ଭଦ୍ରକ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୬୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ଲକ୍ଷ ୧୮ ହଜାର ୯୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦,୦୪,୮୪୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ହଜାର ୯୦୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।