ରାଜ୍ୟରେ ଆଜି ଆଉ ୪ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୨୬/୧୦: ରାଜ୍ୟରେ ଆଜି ଆଉ ୪ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୩୧୨କୁ ବୃଦ୍ଧି ପାଇଛି । ୪ ମୃତକଙ୍କ ମଧ୍ୟରେ ମୟୁରଭଞ୍ଜ ରୁ ୨ଜଣ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୪୩୩  ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ୩୯ ହଜାର ୨୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦,୨୬,୨୭୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୬୨୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।