ରାଜ୍ୟରେ ଆଜି ୪୦ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୦/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୪୦ ଜଣଙ୍କ ଜୀବନ ନେଇଛି କରୋନା । ବରଗଡ଼ ଓ କଟକରୁ ସର୍ବାଧିକ ୫ ଜଣ ଲେଖାଏଁ , କୋରାପୁଟ, ମୟୂରଭଞ୍ଜ ଓ ରାୟଗଡ଼ାରୁ ୪ ଜଣ ଲେଖାଏଁ ,
ଖୋର୍ଦ୍ଧା, ଗଞ୍ଜାମ ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ , ବଲାଙ୍ଗିର, ପୁରୀ ଓ ସୁନ୍ଦରଗଡ଼ରୁ ୨ ଜଣ ,ନୟାଗଡ଼, ମାଲକାନଗିରି, ଅନୁଗୁଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୫୯୦ କୁ ବୃଦ୍ଧି ପାଇଛି ।