ରାଜ୍ୟରେ ଆଜି ୪୪ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧୪/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୪୪ ଜଣଙ୍କ ଜୀବନ ନେଇଛି କରୋନା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ, ବାଲେଶ୍ୱର, ବରଗଡ଼, କଟକରୁ ୩ ଜଣ ଲେଖାଏଁ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ରୁ ମଧ୍ୟ ୩ ଜଣ ଲେଖାଏଁ , ଅନୁଗୁଳ, କଳାହାଣ୍ଡି, ନୟାଗଡ଼ରୁ ୨ ଜଣ ଲେଖାଏଁ , ବଲାଙ୍ଗିର, ଢେଙ୍କାନାଳ, ଗଂଜାମ, ଭଦ୍ରକ, ଝାରସୁଗୁଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୩୪୬ କୁ ବୃଦ୍ଧି ପାଇଛି ।