ସାଂଘାତିକ ସ୍ଥିତି, ରାଜ୍ୟରେ ଆଜି ୪୪୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୪୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୮୭୧ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୭୨ ହଜାର ୭୦୩କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୪୬ ହଜାର ୧୩୪ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୨୪,୫୬୮ ଜଣ ଚିକିତ୍ସାଧୀନ ଅଛନ୍ତି।