ରାଜ୍ୟରେ ଆଜି ୪୭ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୬/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୪୭ ଜଣଙ୍କ ଜୀବନ ନେଇଛି କରୋନା ।  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯ ଆକ୍ରାନ୍ତଙ୍କ ମୃତ୍ୟୁ , ବରଗଡ଼, କଟକ, ନୟାଗଡ଼ରୁ ୫ ଲେଖାଏଁ ଓ ଗଞ୍ଜାମ, ପୁରୀ, ସୁନ୍ଦରଗଡ଼ରୁ ୩ ଲେଖାଏଁ , ଅନୁଗୁଳ, ଯାଜପୁର ଓ  କେନ୍ଦ୍ରାପଡ଼ାରୁ ୨ ଲେଖାଏଁ ,  ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର,ଝାରସୁଗୁଡ଼ା, କଳାହାଣ୍ଡି, ମୟୂରଭଞ୍ଜଅ ଓ ନୂଆପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ଙ୍କ ମୃତ୍ୟୁ ଘଟିଛି।ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୮୪୮ କୁ ବୃଦ୍ଧି ପାଇଛି ।