ରାଜ୍ୟରେ ଆଜି ଆଉ ୫ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୭/୯ : ରାଜ୍ୟରେ ଆଜି ଆଉ ୫ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୧୮୦କୁ ବୃଦ୍ଧି ପାଇଛି । ୫ ମୃତକଙ୍କ ମଧ୍ୟରେ  ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ହୋଇଥିବା ବେଳେ ନବରଙ୍ଗପୁର ରୁ ୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୪୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ଲକ୍ଷ ୨୪ ହଜାର ୭୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦ ଲକ୍ଷ ୧୦ ହଜାର ୮୨୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫,୭୦୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।