ରାଜ୍ୟରେ ଆଜି ୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୩/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୫ ଜଣଙ୍କ ଜୀବନ ନେଇଛି କରୋନା । ୫ ଜଣଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୩ ଓ ଖୋର୍ଦ୍ଧାରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୭୩ କୁ ବୃଦ୍ଧି ପାଇଛି ।