ରାଜ୍ୟରେ ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩୦/୧୨: ରାଜ୍ୟରେ ଏବେ ବଢ଼ିଲାଣି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା। ଏହାରିମଧ୍ୟରେ ଆଜି ପୁୁଣି ରାଜ୍ୟରେ ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଆଜି ଚିହ୍ନଟ ହୋଇଥିବା ୫ ଆକ୍ରାନ୍ତଙ୍କ ତଥ୍ୟ ନେଇ ଅନୁଧ୍ୟାନ ଚାଲିଥିବା କହିଛି ILS। ସୂଚନାଯୋଗ୍ୟ ଯେ ଗତ ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓ  ୨୬ରେ ୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।