ରାଜ୍ୟରେ ଆଜି ୫୧ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୬/୭: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୫୧ ଜଣଙ୍କ ଜୀବନ ନେଇଛି କରୋନା । ଭୁବନେଶ୍ବରରୁ ୫ ସମେତ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ରୋଗୀ ମୃତ,  ବରଗଡ଼, ଢେଙ୍କାନାଳ ଓ ମୟୂରଭଞ୍ଜରେ ୫ ଜଣ ଲେଖାଏଁ , କଟକ, ଯାଜପୁର, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ରେ ୩-୩ ଜଣ,  ଭଦ୍ରକ, ଦେବଗଡ଼, ଗଞ୍ଜାମ, ଜଗତସିଂହପୁରରେ ୨-୨ ଜଣ, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ନବରଙ୍ଗପୁରରେ  ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିିିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୨୯୯ କୁ ବୃଦ୍ଧି ପାଇଛି ।