ରାଜ୍ୟରେ ଆଜି ୫୨ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୫/୭: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୫୨ ଜଣଙ୍କ ଜୀବନ ନେଇଛି କରୋନା ।  ଖୋର୍ଦ୍ଧାରୁ ସର୍ବାଧିକ ୯ ମୃତ , କଳାହାଣ୍ଡି, ବରଗଡ଼, ପୁରୀ, ସୁନ୍ଦରଗଡ଼ ଓ ଗଞ୍ଜାମରୁ ୫ ଲେଖାଏଁ,  କେନ୍ଦ୍ରାପଡ଼ାରୁ ୪, କଟକ, କନ୍ଧମାଳ, ମୟୂରଭଞ୍ଜରୁ ୨ ଲେଖାଏଁ  , ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦୁଝର, ନୟାଗଡ଼, ନୂଆପଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିିିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୨୪୮ କୁ ବୃଦ୍ଧି ପାଇଛି ।