ରାଜ୍ୟରେ ଆଜି ଆଉ ୫୩ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୧/୯:ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୫୩ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୨୨କୁ ବୃଦ୍ଧି ପାଇଛି ।ଭୁବନେଶ୍ବରର ୩ ସମେତ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୯ ମୃତ, କେନ୍ଦୁଝର ଓ ଜଗତସିଂହପୁରରେ ୬ ଜଣ,କଟକ ଓ ପୁରୀରେ ୫ ଜଣ ଲେଖାଏଁ, ଯାଜପୁରରେ ୪ ମୃତ, ଅନୁଗୁଳ, ବଲାଙ୍ଗିର, ଝାରସୁଗୁଡ଼ା, ମୟୂରଭଞ୍ଜରେ, ନବରଙ୍ଗପୁର ଓ ନୟାଗଡ଼ରେ ବି ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।