ରାଜ୍ୟରେ ଦିନକରେ ଆଉ ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ, ୦-୧୮ ବର୍ଷ ଭିତରେ ଅଛନ୍ତି ୭୭ ଜଣ

ଭୁବନେଶ୍ୱର, ୧୬/୯: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୩୬ ଓ ସ୍ଥାନୀୟ ଅଞ୍ଚଳରୁ ୨୪୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୨୯୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୦୪,୧୬୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୯୬୩ ଜଣ ଚିକିତ୍ସାଧୀନ ଅଛନ୍ତି।