ରାଜଧାନୀ ଭୁବନେଶ୍ୱରରୁ ଆଜି ୫୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୧।୧୧(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୪ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୭୫ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୮୯୬କୁ ବୃଦ୍ଧି ପାଇଥିବା ବେଳେ ୨୮୯୨୮ଜଣ ସୁସ୍ଥ ହୋଇଛନ୍ତି ଓ ୧୮୫ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୭୬୨ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।