ରାଜ୍ୟରେ ୨୪ ଘଣ୍ଟାରେ ୬୫ ଜଣ କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୧୧/୮: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୬୫ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୬୩୦ କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨୦, କଟକରୁ ୧୨, ନୟାଗଡ଼ରୁ ୬, ଅନୁଗୁଳରୁ ୫ , ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀରୁ ୩ ଲେଖାଏଁ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳରୁ ୨ ଜଣ ଲେଖାଏଁ,  ବରଗଡ଼, ଯାଜପୁର, କଳାହାଣ୍ଡି, ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।