ରାଜ୍ୟରେ ଆଜି ୬୬ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୩୦/୭: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୬୬ ଜଣଙ୍କ ଜୀବନ ନେଇଛି କରୋନା । ଏହାସହ ରାଜ୍ୟରେ କୋରୋନା ଜନିତ ମୃତ୍ୟୁସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି। ସୁନ୍ଦରଗଡ଼ରୁ ୧୧, କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ଜଗତସିଂହପୁର ଓ ପୁରୀରୁ ୪ ଜଣ ଲେଖାଏଁ , ବାଲେଶ୍ବର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ମୟୂରଭଞ୍ଜରୁ ୨ ଲେଖାଏଁ, ବୌଦ୍ଧ, ଦେବଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟରୁ  ଜଣେ ଲେଖାଏଁ ଆକ୍ରାନ୍ତ ଙ୍କ ମୃତ୍ୟୁ ଘଟିଛି।