ରାଜ୍ୟରେ ଆଜି ଆଉ ୬୬ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୧/୮: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୬୬ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୨୮୯କୁ ବୃଦ୍ଧି ପାଇଛି ।ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୦ ଓ ଢେଙ୍କାନାଳରୁ ୮ , କେନ୍ଦ୍ରାପଡ଼ାରୁ ୭ ଜଣ, ଯାଜପୁର ଓ ଅନୁଗୁଳ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ, ନୟାଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।