ରାଜ୍ୟରେ ଆଜି ୬୭ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୫/୭: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୬୭ ଜଣଙ୍କ ଜୀବନ ନେଇଛି କରୋନା । ଏହାସହ  କରୋନାଜନିତ  ମୋଟ ମୃତ୍ୟୁ ସଂଖ୍ୟା ୫୫୧୨କୁ ବୃଦ୍ଧି ପାଇଛି ।ଭୁବନେଶ୍ବରରେ ୧୫ ସମେତ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୪ ମୃତ ,ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରେ ୧୦ ଜଣ ଲେଖାଏଁ ,ସୁନ୍ଦରଗଡ଼ରେ ୬, ପୁରୀରେ ୫, ଗଞ୍ଜାମ ଓ ମୟୂରଭଞ୍ଜରେ ୨-୨ ମୃତ,  ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି, ନୂଆପଡ଼ାରେ ଜଣେ ଲେଖାଏଁ ଆକ୍ରାନ୍ତ ଙ୍କ ମୃତ୍ୟୁ ଘଟିିିଛି।