ରାଜ୍ୟରେ ଆଜି ଆଉ ୬୭ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୩୦/୮: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୬୭ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୯୦୧କୁ ବୃଦ୍ଧି ପାଇଛି ।କଟକରେ ସର୍ବାଧିକ ୨୦, ଅନୁଗୁଳ ଓ ଜଗତସିଂହପୁରରେ ୯-୯ ରୋଗୀ ମୃତ,ଖୋର୍ଦ୍ଧା-୬, ଯାଜପୁର-୪, କେନ୍ଦ୍ରାପଡ଼ା, ମୟୂରଭଞ୍ଜରେ ୩-୩ ମୃତ, କେନ୍ଦୁଝରରେ ୩; ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ ଓ ପୁରୀରେ ୨-୨ ମୃତ, କଳାହାଣ୍ଡି ଓ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।