ରାଜ୍ୟରେ ୨୪ ଘଣ୍ଟାରେ ୬୭ ଜଣଙ୍କ କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୨/୮: ରାଜ୍ୟରେ ଆଜି ଆଉ ୬୭ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୧୨, ସୁନ୍ଦରଗଡ଼ରୁ ୧୧, କଟକରୁ ୧୦, ପୁରୀରୁ ୬, ଢେଙ୍କାନାଳରୁ ୫, ଗଂଜାମ ଓ ଜଗତସିଂହପୁରରୁ ୪ ଲେଖାଏଁ , ଅନୁଗୁଳ ଓ ଭଦ୍ରକରୁ ୩ ଲେଖାଏଁ , ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ାରୁ ୨ ଲେଖାଏଁ, ବରଗଡ଼, ଯାଜପୁର, କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।