ରାଜ୍ୟରେ ଗୋଟିଏ ଦିନରେ ଚାଲିଗଲା ୬୮ ଜୀବନ

ଭୁବନେଶ୍ୱର, ୫/୮: ରାଜ୍ୟରେ ଆଜି ଆଉ ୬୮ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି ।

୬୮ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ ଜଣ , ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୨ ଜଣ, ଜଗତସିଂହପୁରରୁ, ମୟୂରଭଞ୍ଜରୁ , ନୟାଗଡ଼, ନବରଙ୍ଗପୁର, ସମ୍ବଲପୁର, ନୂଆପଡ଼ା,ଭଦ୍ରକ ଓ ବଲାଙ୍ଗୀରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।