ରାଜ୍ୟରେ ଆଜି ୬୮ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୩୧/୭: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୬୮ ଜଣଙ୍କ ଜୀବନ ନେଇଛି କରୋନା । ଏହାସହ ରାଜ୍ୟରେ କୋରୋନା ଜନିତ ମୃତ୍ୟୁସଂଖ୍ୟା ୫୯୦୨କୁ ବୃଦ୍ଧି ପାଇଛି। ଅନୁଗୁଳରୁ ୮, ଖୋର୍ଦ୍ଧା ଓ ଗଞ୍ଜାମରୁ ୭, ବାଲେଶ୍ବର ଓ ପୁରୀରୁ ୫ ଜଣ,  କଟକ ଓ ମୟୂରଭଞ୍ଜରୁ ୪ ଜଣ, ବରଗଡ଼, ବଲାଙ୍ଗିର, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼ରୁ ୩ ଲେଖାଏଁ, ଭଦ୍ରକ, ଜଗତସିଂହପୁର, କଳାହାଣ୍ଡିରୁ ୨ ଜଣ,
ନବରଙ୍ଗପୁର, ସମ୍ବଲପୁରରୁ ୨ ଜଣ ଲେଖାଏଁ ବୌଦ୍ଧ, ଯାଜପୁର ଓ କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତ ଙ୍କ ମୃତ୍ୟୁ ଘଟିଛି।