ରାଜ୍ୟରେ ଆଜି ଆଉ ୬୮ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୨୩/୮: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୬୮ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୪୨୬କୁ ବୃଦ୍ଧି ପାଇଛି ।କଟକ ଜିଲ୍ଲାରୁ ସର୍ବାଧିକ ୧୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮, ଯାଜପୁର ଜିଲ୍ଲାରୁ ୬ ଜଣ ଓ ଢେଙ୍କାନାଳରୁ ୯ ଜଣ , ବାଲେଶ୍ବର ଜିଲ୍ଲାରୁ ୩, ଯାଜପୁର, ପୁରୀ ଜିଲ୍ଲାରୁ ୨ ଜଣ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ , ଭଦ୍ରକ, କେନ୍ଦୁଝର, ଝାରସୁଗୁଡ଼ା ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।