ରାଜ୍ୟରେ ଆଜି ଆଉ ୬୮ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୮/୮: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୬୮ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୭୬୫କୁ ବୃଦ୍ଧି ପାଇଛି । କଟକରୁ ୨୫, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୭ ଲେଖାଏଁ, ଜଗତସିଂହପୁରରୁ ୬, ଅନୁଗୁଳ ଓ ମୟୂରଭଞ୍ଜରୁ ୫ ଲେଖାଏଁ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।