ରାଜ୍ୟରେ ୨୪ ଘଣ୍ଟାରେ ୬୯ ଜଣଙ୍କ କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୩/୮: ରାଜ୍ୟରେ ଆଜି ଆଉ ୬୯ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୧୦୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୩, କଟକରେ ୯, ପୁରୀରେ ୭, କେନ୍ଦ୍ରାପଡ଼ାରୁୁ ୬, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜରେ ୩, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ କଳାହାଣ୍ଡିରେ ୨-୨ ମୃତ , ବଲାଙ୍ଗିର ଓ ନୟାଗଡ଼ ଜିଲ୍ଲାରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।