ରାଜ୍ୟରେ ଆଜି ଆଉ ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୫/୯: ରାଜ୍ୟରେ ଆଜି ଆଉ ୭ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୦୪୭କୁ ବୃଦ୍ଧି ପାଇଛି । ୭ ମୃତକଙ୍କ ମଧ୍ୟରେ ଭଦ୍ରକ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ, ଅନୁଗୁଳ ଓ ବାଲେଶ୍ବର ଜିଲ୍ଲାରୁ ଦୁଇ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୮୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ୧୧ ହଜାର ୫୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୬, ୩୦୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭ ହଜାର ୧୫୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।