ରାଜ୍ୟରେ ଦିନକରେ ଆଉ ୭୧୯ କରୋନା ଆକ୍ରାନ୍ତ ଚିହ୍ନଟ, ୦-୧୮ ବର୍ଷ ଭିତରେ ଅଛନ୍ତି ୧୨୫ ଜଣ

ଭୁବନେଶ୍ୱର, ୧/୯: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୭୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୨୨ ଓ ସ୍ଥାନୀୟ ଅଞ୍ଚଳରୁ ୨୯୭ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୨୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୮,୪୬୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯,୯୩,୨୩୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭,୧୫୯ ଜଣ ଚିକିତ୍ସାଧୀନ ଅଛନ୍ତି।