ରାଜ୍ୟରେ ଦିନକରେ ଆଉ ୭୩୪ କରୋନା ଆକ୍ରାନ୍ତ ଚିହ୍ନଟ, ୦-୧୮ ବର୍ଷ ଭିତରେ ଅଛନ୍ତି ୧୦୧ ଜଣ

ଭୁବନେଶ୍ୱର, ୨୨/୯: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୨୪ ଓ ସ୍ଥାନୀୟ ଅଞ୍ଚଳରୁ ୩୧୦ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୧,୯୫୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୦୮,୨୨୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୫୨୧ ଜଣ ଚିକିତ୍ସାଧୀନ ଅଛନ୍ତି।