ରାଜଧାନୀ ଭୁବନେଶ୍ୱରରୁ ଆଜି ୭୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨।୧୧(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୧୪ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୩୧୦କୁ ବୃଦ୍ଧି ପାଇଥିବା ବେଳେ ୨୭୯୫୮ଜଣ ସୁସ୍ଥ ହୋଇଛନ୍ତି ଓ ୧୬୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୧୧୬୩ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।