ଭୁବନେଶ୍ୱରରେ ଆଜି ଆଉ ୭୪୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୮/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୭୨୧୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୭୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୭୪୭ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୨୧ ଓ ସ୍ଥାନୀୟ ଅଞ୍ଚଳରୁ ୬୨୬ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୯୯୫ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୭୩,୧୦୧କୁ ବୃଦ୍ଧି ପାଇଛି। ୬୦,୯୦୩ ଜଣ ସୁସ୍ଥ ହୋଇଥିବା ବେଳେ ୩୩୧ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୧,୮୪୬ ଆକ୍ଟିିିଭ କେସ ରହିଛି।