ରାଜ୍ୟରେ ଆଜି ଆଉ ୮ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୧୧/୯: ରାଜ୍ୟରେ ଆଜି ଆଉ ୮ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୦୯୨କୁ ବୃଦ୍ଧି ପାଇଛି । ୮ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୬୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ୧୫ ହଜାର ୭୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦, ୦୦, ୫୪୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭ ହଜାର ୦୨୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।