ଭୁବନେଶ୍ୱରରେ ଆଜି ଆଉ ୮୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୭/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୧୦,୭୫୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୮୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୮୬୪ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୩୪ ଓ ସ୍ଥାନୀୟ ଅଞ୍ଚଳରୁ ୭୩୦ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୯୩୬ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୨,୪୯୮କୁ ବୃଦ୍ଧି ପାଇଛି। ୫୦,୧୬୦ ଜଣ ସୁସ୍ଥ ହୋଇଥିବା ବେଳେ ୨୯୬ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୨୦୨୧ ଆକ୍ଟିିିଭ କେସ ରହିଛି।