ରାଜ୍ୟରେ ଆଜି ଆଉ ୮୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୫/୨: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୩ ଓ ସ୍ଥାନୀୟ ଅଞ୍ଚଳରୁ ୩୬ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୯୨୪କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୩୪ ହଜାର ୩୩୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୬୨୩ ଜଣ ଚିକିତ୍ସାଧୀନ ଅଛନ୍ତି।